ରାଉରକେଲା : ୧/୭ (ସତ୍ୟାନ୍ୟୁଜ) ସୁନ୍ଦରଗଡ ଜିଲ୍ଲା କୋଇଡା ଅଞ୍ଚଳରେ ହାତୀ ଉପଦ୍ରବ ଥମୁ ନାହିଁ। ଆଜି ସକାଳେ ଶୌଚ ହେବା ପାଇଁ ଯାଇ ଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଦନ୍ତା ହାତୀ ଦଳି ଦେଇଛି। ଘଟଣା ସ୍ଥଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବନାଞ୍ଚଳ ଅଧୀନ ଝିରପାଣିରେ ଏହି ଘଟଣା ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ସାମୁଏଲ ସାଇନ୍ଦ।
ଆଜି ଭୋର ସମୟରେ ସାମୁଏଲ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ବନବିଭାଗ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛନ୍ତି।
କିଛି ଦିନ ହେଲା ଝାଡଖଣ୍ଡୀ ହାତୀପଲ ସ୍ଥାନୀୟ ଅଞ୍ଚଳରେ ଉପଦ୍ରବ କରୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ତୁରନ୍ତ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦେବେ କରିଛନ୍ତି।