ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼ : ୧୫/୭ (ସତ୍ୟାନ୍ୟୁଜ) ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଅଭିମନ୍ୟୁ ମାଝୀ ଉପସ୍ଥିତ ରହି ଜନ ସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ।
ଆଜି ମୋଟ ୧୨୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୭୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ମଧ୍ୟରୁ ୮ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ସେଥିମଧ୍ୟରୁ ୩ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ପତ୍ର ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ତିଆରି, ମରାମତି, ଭତ୍ତା,ରାସନ୍ କାର୍ଡ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜି ର ଏହି ଜନ ଅଭିଯୋଗ ଶୁଣାଣି ରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ କୁଞ୍ଜଳତା ଭିତିରିଆ, ସଦର ଉପ ଜିଲ୍ଲାପାଳ ଦାଶରଥି ସରାବୁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ନାରାୟଣ ପଟେଲ, ଗୋଷ୍ଠି ଉନ୍ନୟନ ଅଧିକାରୀ ଜ୍ୟୋତିର୍ମୟୀ ପ୍ରଧାନ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।