ସଡକ ଦୁର୍ଘଟଣାରେ ତୁରନ୍ତ ସାହାଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ‘ରକ୍ଷକ’ ର କଲେ ଶୁଭାରମ୍ଭ ।। ୩୦ ହଜାର ଜୀବନ ରକ୍ଷାକାରୀ ପାଇବେ ତାଲିମ ।

0 322

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ ତାଲିମ ପାଇବେ

। କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ, ଏହା ସମାଜର ତଥା ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି। ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି।

Leave A Reply

Your email address will not be published.