ବିରମିତ୍ରପୁର-ହାତିବାରୀ ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ ସଡକ ଦୁର୍ଘଟଣାରେ ଚାରିଜଣ ଯୁବକ ଗୁରୁତର ଆହତ ହୋଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି
। ହାତୀବାରି ଥାନାର ଓଲାଣି ନିକଟରେ ବାଇକ ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ପରେ ସ୍କୁଟି ଏବଂ ବାଇକ ରେ ଥିବା ଚାରିଜଣ ଯୁବକ ରାସ୍ତା ଉପରେ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକମାନେ ଏବଂ ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଚିକିତ୍ସା ଲାଗି ହାତୀବାରି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ଦୁର୍ଘଟଣାରେ ଆହତ ଯୁବକ ମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନକୁ ରାଉରକେଲା ସରକାରୀ ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଉଭୟ ଗାଡିକୁ ଜବତ କରି ତଦନ୍ତ କରୁଛନ୍ତି।

