ଭୁବନେଶ୍ୱର : ୨୨/୬ (ସତ୍ୟାନ୍ୟୁଜ) ସୁନ୍ଦରଗଡ଼ ସମେତ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ଗରମ ଅନୁଭୂତ ହେଉଥିବା ବେଳେ ଶେଷରେ ଓଡିଶା ଛୁଇଁଲା ମୌସୁମୀ। ଗୁରୁବାର ଦିନ ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେମୌସୁମୀ ବାୟୁ ସାରା ଓଡ଼ିଶାକୁ ଅଗ୍ରସର ହେବ। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆଗାମୀ ୨୪ ଘଣ୍ଟା ଭିତରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଦୁଇ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଥିଲା। ତା’ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ମଧ୍ୟରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସକାଳେ ଭୁବନେଶ୍ୱରର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ସେହିପରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା।