ଗଞ୍ଜାମ : ଦିଗପହଣ୍ଡି ନିକଟରେ ଦୁଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା।। ୧୨ ମୃତ , ୮ ଆହତ।

0 550

ଗଞ୍ଜାମ : ୨୬/୬ (ସତ୍ୟାନ୍ୟୁଜ) ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରବିବାର ବିଳମ୍ବିତ ରାତିରେ ଘଟିଯାଇଛି। ଦୁଇଟି ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି।
ଓ ଏସ୍ ଆର ଟି ସି ବସ୍ ଏବଂ ଘରୋଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି।
ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ଏକ ବସ୍‌ରେ ପରିବାର ଲୋକ ଏବଂ ବନ୍ଧୁ ବାନ୍ଧବ ଖଣ୍ଡଦେଉଳି ଫେରୁଥିଲେ । ଏହି ସମୟରେ ଓଏସ୍ଆରଟିସି ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାସ୍ଥଳରେ ବ୍ରହ୍ମପୁର ଏସପି ,ତହସିଲଦାର ଏବଂ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି।

ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ଘୋଷଣା କରାଯାଇଛି। ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଂଜାମ ଜିଲ୍ଲା ପ୍ରଶାସନ ଆହତ ମାନଙ୍କ ଚିକିତ୍ସା ତଦାରଖ କରୁଛି।

Leave A Reply

Your email address will not be published.