କେନ୍ଦୁଝର : ବାହାଘର ପାଇଁ ରୋଷଣୀ ଚାଲିଥିବା ବେଳେ ମାଡି ଗଲା ଟ୍ରକ।। ୫ ମୃତ , ୭ ଗୁରୁତର ।

0 1,945

କେନ୍ଦୁଝର : ୨୮/୬ (ସତ୍ୟାନ୍ୟୁଜ) ଖୁସି ର ସମୟ ନିଁମିଷକେ ଦାରୁଣ ଦୁଃଖରେ ବଦଳି ଗଲା। ବାହାଘର ଲାଗି ବରଯାତ୍ରୀ ଶୋଭଯାତ୍ରା ଯାଉଥିବା ବେଳେ ମାଡି ଗଲା ଟ୍ରକ। ଘଟଣା ସ୍ଥଳରେ ୫ଜଣ ମୃତ୍ୟୁ ବରଣ କରିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ୩ ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଘଟଣା ଘଟିଛି କେନ୍ଦୁଝର ପୁରୁଣା ସହରର ଷଠିଘରସାହି ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ। ରୋଷଣି ବେଳେ ବରଯାତ୍ରୀଙ୍କ ଉପରେ ଟ୍ରକ୍ ମାଡ଼ି ଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣା ପରେ ସେଠାରେ ଉତ୍ତେଜନା ଦେଖା ଦେଇଥିଲା। ସେହି ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଥିବାରୁ ଓଭରବ୍ରିଜ ନିର୍ମାଣ ଦାବିରେ ସାହି ଲୋକେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ ଓ ମୃତଦେହକୁ ନେବାକୁ ଦେଇ ନଥିଲେ। ପୁଲିସ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା ପରେ ମୃତଦେହ ଗୁଡିକୁ ଘଟଣା ସ୍ଥଳରୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଯାଇଛି। କିନ୍ତୁ ରାଜପଥ ଅବରୋଧ ଜାରି ରହିଛି।ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଗତକାଲି ଷଠିଘରସାହିର କାର୍ତ୍ତିକ ପାତ୍ରଙ୍କ ଝିଅଙ୍କ ବାହାଘର ଥିଲା। ହରିଚନ୍ଦନପୁର ବ୍ଲକ ମାନପୁର ଗାଁରୁ ଆସିଥିଲେ ବରଯାତ୍ରୀ। ରାତି ପ୍ରାୟ ଗୋଟାଏ ବେଳେ ବରଯାତ୍ରୀ ଦଳ ଜାତୀୟ ରାଜପଥ ଉପରେ ରୋଷଣି କରି ଆସୁଥିବା ବେଳେ ଝିଅ ଘର ଠାରୁ ମାତ୍ର କିଛି ଦୂରରେ ସେମାନଙ୍କ ଉପରେ ଏକ ଟ୍ରକ୍ ମାଡ଼ି ଯାଇଥିଲା।

Leave A Reply

Your email address will not be published.