ରାଇରଙ୍ଗପୁର : ୧୦/୭ (ସତ୍ୟାନ୍ୟୁଜ) (ଶ୍ୟାମଳେନ୍ଦୁ ପରିଡ଼ା) ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଆଜି ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅୟୋଜିତ ଏହି ଶିବିରରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଅଧ୍ୟକ୍ଷତା କରିଥିଲେ। ଅନୁଷ୍ଠିତ ଉକ୍ତ ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବି. ଗଙ୍ଗାଧର , ଉପଜିଲ୍ଲାପାଳ ସରୋଜ କୁମାର ଦାଶ , ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରୀ ରବୀନ୍ଦ୍ର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିର ରେ ଜନସାଧାରଣଙ୍କ ଠାରୁ ମୋଟ ୯୯ ଟି ଅଭିଯୋଗ ପତ୍ର ଆସିଥିଲା। ତନ୍ମଧ୍ୟରୁ ୮୧ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୮ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ଗୋଟିଏ ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ ଜିଲ୍ଲାପାଳ। ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲ।