କଟକ : ୨୬/୭ (ସତ୍ୟାନ୍ୟୁଜ ) ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ତାଙ୍କ କଟକ ଗସ୍ତ ଆରମ୍ଭ କରିଛନ୍ତି। ପ୍ରଥମେ ମା କଟକ ଚଣ୍ଡୀଙ୍କୁ ଦର୍ଶନ କରି ରାଷ୍ଟ୍ରପତି ତାଙ୍କର ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହାପରେ କଟକ ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିସହିତ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଷ୍ଟ୍ରପତି ।
ଏହାପରେ ହାଇକୋର୍ଟ ପ୍ରତିଷ୍ଠା ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଇ ନିଜର ଅଭିଭାଷଣ ରଖିଥିଲେ। ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ ରାଷ୍ଟ୍ରପତି । ଏହା ସହ କାରଗିଲ ଦିବସ ଅବସରରେ ସହିଦଙ୍କୁ ନମନ କରିଥିଲେ।
ହାଇକୋର୍ଟ ପ୍ରତିଷ୍ଠା ଉତ୍ସବରେ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଇ ରାଷ୍ଟ୍ରପତି କହିଥିଲେଯେ ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ଲୋକ ହଇରାଣ ହେଉଛନ୍ତି। ବିଳମ୍ବିତ ନ୍ୟାୟ ପାଇଁ ଅନେକ ଜୀବନ ଜେଲରେ କଟୁଛି। ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତ ମାନେ ମଧ୍ୟ ହତାଶ ହୋଇପଡୁଛନ୍ତି। ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟ ହେବ ବୋଲି ସେ କହିଥିଲେ।