ଭୁବନେଶ୍ୱର : ପ୍ରକାଶ ପାଇଲା ଓଡିଶା ପ୍ରଶାସନିକ ସେବା ୨୦୨୧ ରେଜଲ୍ଟ।। କୃତକାର୍ଯ୍ୟ ୪୩୨ ଜଣଙ୍କ ମଧ୍ୟରେ ୧୬୪ ଝିଅ ଅଛନ୍ତି।
ଭୁବନେଶ୍ୱର : ୩୧/୭ (ସତ୍ୟାନ୍ୟୁଜ) ସୋମବାର ଦିନ ଓଡ଼ିଶା ସିଭିଲ୍ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି।
ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଛନ୍ତି। ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ, ବୈଶାଖୀ ଲେଙ୍କା ୪ର୍ଥ, ଶ୍ୱେତଲିନା ମାହାନା ୫ମ, ଅଗ୍ନିଜା ଶିବଦତ୍ତା ୬ଷ୍ଠ, ସନ୍ତୋଷ କୁମାର ପାତ୍ର ୭ମ, ମୀମାଂସା ସାହୁ ୮ମ, ବିନ୍ଦୁ ବଳୟ ରାଉତରାୟ ୯ମ, ସୌମ୍ୟରଂଜନ ମହାପାତ୍ର ୧୦ମ ସ୍ଥାନରେ ରହିଛନ୍ତି।
ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ଜଣ ପୁଅ ଏବଂ ୫ ଜଣ ଝିଅ ଅଛନ୍ତି। ୧୬୪ ଝିଅଙ୍କ ସହ ମୋଟ ୪୩୨ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଓଡିଶା ପ୍ରଶାସନିକ ସେବା ୨୦୨୧ ପାଇଁ ଚଳିତ ବର୍ଷ ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୧୮ ତାରିଖ ମଧ୍ୟରେ ଲିଖିତ ପରୀକ୍ଷା ହୋଇଥିଲା।