ଭୁବନେଶ୍ୱର : କାଲି ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ ସମେତ ୧୦ଟି ଜିଲ୍ଲାକୁ ବର୍ଷା ପାଇଁ ରେଡ୍ ୱାର୍ଣିଙ୍ଗ।। ବିଭିନ୍ନ ନଦୀର ଜଳ ସ୍ତରରେ ବୃଦ୍ଧି।

0 1,022

ଭୁବନେଶ୍ୱର : ୨/୮ (ସତ୍ୟାନ୍ୟୁଜ) ସୁନ୍ଦରଗଡ ଜିଲ୍ଲା ସମେତ ୧୦ଟି ଜିଲ୍ଲାକୁ ବର୍ଷା ପାଇଁ ରେଡ୍ ୱାର୍ଣିଙ୍ଗ ଦିଆଯାଇଛି। କାଲି ସକାଳ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ଏହି ରେଡ୍‌ ୱାର୍ଣ୍ଣିଂ। ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ବୌଦ୍ଧ। ଏହି ଜିଲ୍ଲାମାନଙ୍କରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍‌ ଆଶଙ୍କା ସୃଷ୍ଟି ହେବାର ଅନୁମାନ କରାଯାଉଛି। ରେଡ୍ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି।
ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ
ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର।
ଲଗାଣ ବର୍ଷା ଯୋଗୁଁ ଆଜି ରାଜ୍ୟର ଅନେକ ଜିଲ୍ଲାରେ ଉଭୟ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଦିଆଯାଇଛି। ବିଭିନ୍ନ ନଦୀର ଜଳ ସ୍ତର ବୃଦ୍ଧି ପାଇଥିବା ବେଳେ ବୈତରଣୀ ନଦୀରେ ବନ୍ୟା ସ୍ଥିତି ଦେଖାଦେଇଛି। ସ୍ଥିତି ପ୍ରତି ସତର୍କ ଦୃଷ୍ଟି ରଖିବାକୁ ସ୍ବତନ୍ତ ରିଲିଫ କମିଶନର ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.