ରାଉରକେଲା : ୨୯/୮ (ସତ୍ୟାନ୍ୟୁଜ) ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ରା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର ଉପସ୍ଥିତ ରହି ସାଧାରଣ ଲୋକଙ୍କ ପକ୍ଷରୁ ଆସିଥିବା ବିଭିନ୍ନ ଆପତ୍ତି ଅଭିଯୋଗ ଆଦିର ଶୁଣାଣି କରିଥିଲେ।
ଏହି ଜନଶୁଣାଣିରେ ମୋଟ ୮୦ ଗୋଟି ଅଭିଯୋଗ ଆସିଥିଲା।ସେଥିମଧ୍ୟରୁ ୫୬ ବ୍ୟକ୍ତିଗତ ସମସ୍ୟା ଥିଲାବେଳେ ୨୪ ଗୋଟି ସାମୁହିକ ସମସ୍ୟା ଥିଲା। ସେଥିମଧ୍ୟରୁ ୧୮ଟିର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ତୁରନ୍ତ ବିଚାର କରାଯାଇ ଆଶୁ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ବିଶ୍ରା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ସେଥିମଧ୍ୟରୁ ଆବାସ ଯୋଜନା ଅଧୀନରେ ଘର,ଜମି ଜାଗା, ରାସ୍ତା ଓ ଡ୍ରେନ ନିର୍ମାଣ, ପାନୀୟ ଜଳ, ବିଦ୍ୟୁତ, ରାସନ କାର୍ଡ, ସ୍ୱାସ୍ଥ୍ୟ, ଅଙ୍ଗନବାଡ଼ି ଏବଂ ସ୍କୁଲ ଆଦି ସମସ୍ୟା ପ୍ରମୁଖ ରହିଥିଲା।
ଏହି ଅବସରରେ ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ହଜାର ଟଙ୍କା ଆଥିର୍କ ସହାୟତା ପ୍ରଦାନ କରାଯାଇଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି କାର୍ଯ୍ଯକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ମନୋଜ ମହାଜନ, ରାଉରକେଲା ବନଖଣ୍ଡ ଅଧିକାରୀ ଶ୍ରୀ ଯଶୋବନ୍ତ ସେଠୀ, ଜିଲ୍ଲା ଚିକିତ୍ସାଧିକାରୀ ଡା. ସରୋଜ କୁମାର ମିଶ୍ର, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ, ଡେପୁଟି କଲେକ୍ଟର ( ଅାପାତକାଳିନ) ଶ୍ରୀମତୀ କୁନ୍ତି ରାଣୀ ନାୟକ, ବିଡିଓ ବିଶ୍ରା ଶ୍ରୀ ଅଂଶୁମାନ ଦାସ, ବିଶ୍ରା ତହସିଲଦାର ଶ୍ରୀମତୀ ଜ୍ୟୋସ୍ନା ରାଣୀ ସାହୁ ଶ୍ରୀମତୀ ନାରାୟଣୀ ସାହୁ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ I
ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିକ୍ରମ କେଶରୀ ଭୋଇ, ଅତିରିକ୍ତ ଉପଜିଲ୍ଲାପାଳ ସରୋଜିନୀ ପ୍ରସନ୍ନ କୁଲୁ, ଡେପୁଟି କଲେକ୍ଟର (ଆପାତକାଳୀନ) କୁନ୍ତୀ ରାଣୀ ନାୟକ ଏବଂ ବିଶ୍ରା ବିଡିଓ ଅଂଶୁମାନ ଦାସ ଙ୍କ ସମେତ ବିଭିନ୍ନ ବିଭାଗିୟ ଅଧିକାରୀ ଉପସ୍ଥିତ ଥିଲେ।