ରାଉରକେଲା : ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି।। ସୁନ୍ଦରଗଡ଼ ଆଦିବାସୀ ମଞ୍ଚର ଏଡିଏମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ।

0 889

ରାଉରକେଲା : ୨୬/୯ (ସତ୍ୟାନ୍ୟୁଜ) ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି କରି ମଙ୍ଗଳବାର ଦିନ ସୁନ୍ଦରଗଡ଼ ଆଦିବାସୀ ମଞ୍ଚ ପକ୍ଷରୁ ରାଉରକେଲା ଏଡିଏମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୋଷ୍ଟମର୍ଟମ ରିପୋର୍ଟରେ ସୁସ୍ମିତା ପାଣିରେ ବୁଡି ମୃତ୍ୟୁ ବରଣ କରିଥିବା ଉଲ୍ଲେଖ ଥିବା ବେଳେ ଏହାକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି ସୁସ୍ମିତାଙ୍କ ପରିବାର ବର୍ଗ। ସୁସ୍ମିତାଙ୍କୁ ହତ୍ୟା କରାଯାଇଥିବା ଏବଂ ସ୍ଥାନୀୟ ପୋଲିସ ଏତେଲା ନେଉ ନଥିବା ଅଭିଯୋଗ କରାଯାଇଛି। ତେଣୁ ଏହି ମାମଲା ର ସିବିଆଇ ତଦନ୍ତ ଦାବିରେ ଭାରତର ରାଷ୍ଟ୍ରପତି , ପ୍ରଧାନମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପଠା ଯାଇଥିବା ମଞ୍ଚ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.