ଭୁବନେଶ୍ୱର : ବିଜେଡିରେ ଯୋଗ ଦେଲେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଭି କେ ପଣ୍ଡିଆନ।। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବୀନ ନିବାସରେ ଯୋଗଦେଲେ।
ଭୁବନେଶ୍ୱର : ୨୭/୧୧ (ସତ୍ୟାନ୍ୟୁଜ) ଅବସରପ୍ରାପ୍ତ ଆଇଏଏସ ଅଫିସର
ଭି କେ ପଣ୍ଡିଆନ ବିଜେଡିରେ ଯୋଗ ଦେଲେ । ନବୀନ ନିବାସରେ ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା।
ସୋମବାର ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ। ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ।