ସୁନ୍ଦରଗଡ : ସୁନ୍ଦରଗଡରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ।। ଆସିଥିବା ୧୪୦ ଟି ମାମଲାରୁ ୭୩ଟିର ତତ୍କାଳ ସମାଧାନ।

0 404

ସୁନ୍ଦରଗଡ଼ : ୫/୧୨ (ସତ୍ୟାନ୍ୟୁଜ) ସୁନ୍ଦରଗଡ଼ ସଦର ମହକୁମା ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଦିନ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ପରାଗ ଗଭାଲି ଯୋଗ ଦେଇ ଜନସାଧାରଣ ଙ୍କ ଅଭିଯୋଗ ଆଦି ର ଶୁଣାଣି କରିଥିଲେ।
ଆଜି ମୋଟ ୧୪୦ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୧୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୪ ଗୋଟି ଗୋଷ୍ଠି ବା ସାମୁହିକ ଅଭିଯୋଗ ଆଦି ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୭୩ ଅଭିଯୋଗ ଗୁଡ଼ିକ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା ଯେଉଁଥିରେ କି ୩୪ ଟି ଆବେଦନ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏବଂ ଗୋଟିଏ ଆବେଦନ ରହିଥିଲା ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ମରାମତି, ଡ୍ରେନେଜ ସମସ୍ୟା, ରାସନ୍ କାର୍ଡ, ଆବାସ, ଭତ୍ତା, ବିଦ୍ୟୁତ୍ ସମସ୍ୟା, ଜମିଜମା ମାମଲା ଆଦି ରହିଥିଲା। ଏହି ସବୁ ସମସ୍ୟା ଗୁଡ଼ିକର ସମାଧାନ ନିମନ୍ତେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଡ଼ା ଗଭାଲି ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ନେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମନୋଜ ମହାଜନ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମିରାସେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ ତଥା ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.