ସୁନ୍ଦରଗଡ଼ : ସବଡେଗା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ।। ୪୪ଟି ବ୍ୟକ୍ତିଗତ ଏବଂ ସାମୂହିକ ଅଭିଯୋଗ ରହିଥଲା।
ସୁନ୍ଦରଗଡ଼ : ୧୧/୧୨ (ସତ୍ୟାନ୍ୟୁଜ) ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସବଡେଗା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ରେ ମୋଟ ୬୬ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୪୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୧୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୬ ଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେଥିମଧ୍ୟରୁ ୩ ଟି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ଏବଂ ଗୋଟିଏ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସନ୍ ଧାନ ଚାଷ ରେ ବର୍ଷା ଜନିତ କ୍ଷୟକ୍ଷତି, କାର୍ଡ ସମସ୍ୟା, ଭତ୍ତା, ପାନୀୟ ଜଳ ଯୋଗାଣ ଆଦି ପ୍ରମୁଖ ରହିଥିଲା।
ଏହି ଅଭିଯୋଗ ଶୁଣାଣି ରେ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।