ମୟୁରଭଞ୍ଜ : ଦ୍ଵାରାଶୁଣୀ ଘଟିରେ ଯାତ୍ରା ପାର୍ଟି ଟ୍ରକ ଓଲଟି ୬ ମୃତ , ୧୧ ଗୁରୁତର।। ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା।

0 300

ମୟୁରଭଞ୍ଜ : ୨୪/୧ (ସତ୍ୟାନ୍ୟୁଜ) (ଶ୍ୟାମଳେନ୍ଦୁ ପରିଡ଼ା) ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍‌। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ଆହତ ମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲ ପଠାଯାଇଛି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ବୋଲି ଜଣାଯାଇଛି। ଆଜି ସକାଳେ ଏହି ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ବର୍ଗଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଘୋଷଣା କରାଯାଇଛି। ଏହାଛଡା ଆହତ ମାନଙ୍କୁ ମାଗଣାରେ ସଠିକ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଘଟିରେ ବାରମ୍ବାର ଦୁର୍ଘଟଣା ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିବାରୁ ଏହାର ନିରାକରଣ ଲାଗି ଉଚିତ ପଦକ୍ଷେପ ନେବାକୁ ଦାବି ହେଉଛି।

କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗିରହିଥିବା ବେଳେ ଦୁଆରଶୁଣି ଘାଟିରେ ଘଟିଛି ପୁଣି ଏହି ଦୁର୍ଘଟଣା। ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ରୁ ଅଧିକ ଗୁରୁତର ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ଦୁଆରଶୁଣି ଘାଟି ଉପରେ ଏବେ ଚାଲିଛି ଘାଟିମେଳା। ଏନେଇ ଜାତୀୟ ରାଜପଥ ଭିଡ଼ ରହିଥିବା ବେଳେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ପରେ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରଯାଇଛି। ଘଟଣାସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରୁଛି। ମାତ୍ର ଦୁଆରଶୁଣି ଘାଟିରେ ଦୈନିକ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ନଷ୍ଟ ହେଉଥିବା ବେଳେ ସରକାରୀ ସ୍ତରରେ ଦୁର୍ଘଟଣା ରୋକିବା ଲାଗି ସେପରି ପଦକ୍ଷେପ ନିଆଯାଇ ନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଲରଷ୍କାସ ପାଇଛି।

Leave A Reply

Your email address will not be published.