ରାଉରକେଲା : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ।। ଆଜି କେନ୍ଦୁଡିହି ରେଶେଷକୃତ୍ୟ।

0 547

ରାଉରକେଲା : ୧୮/୮(ସତ୍ୟାନ୍ୟୁଜ) ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଶନିବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା।
ଏକ ସପ୍ତାହରୁ ଉର୍ଦ୍ଧ୍ବ ସମୟ ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ହଠାତ୍ ତାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ହତବାକ୍ ହୋଇ ପଡିଛନ୍ତି। ତାଙ୍କ ରାଜନୈତିକ ଏବଂ ବ୍ୟକ୍ତିଗତ କାର୍ଯ୍ୟରେ ପତ୍ନୀ ଝିଙ୍ଗିଆ ଓରାମଙ୍କର ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା।
ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଗତକାଲି ରାତିରେ ଭୁବନେଶ୍ୱରର ଲୁମ୍ବିନୀ ବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ମନ୍ତ୍ରିମଣ୍ଡଳରର ଅନେକ ସଦସ୍ୟ ମଧ୍ୟ ତାଙ୍କ ବାସଭବନରେ ପହଞ୍ଚିଥିଲେ। ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ମଧ୍ୟ ସେଠାରେ ପହଞ୍ଚି ଝିଙ୍ଗିଆ ଓରାମଙ୍କର ଶେଷ ଦର୍ଶନ କରିବା ସହିତ ଜୁଏଲ ଓରାମଙ୍କୁ ସାନ୍ତ୍ୱନା ଦେଇଥିଲେ। ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରକୁ ଆଜି ସୁନ୍ଦରଗଡ଼ ତାଙ୍କ ଗାଁ କେନ୍ଦୁଡିହି ଅଣା ଯାଇଛି। ପୈତୃକ ଗାଁ କେନ୍ଦୁଡିହିରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ।

Leave A Reply

Your email address will not be published.