ରାଉରକେଲା : ଦୁଇ ଜଣ ନାବାଳିକାଙ୍କୁ ବସ୍ ଷ୍ଟାଣ୍ଡ ଅଞ୍ଚଳରେ ଗଣ ଦୁଷ୍କର୍ମ ଅଭିଯୋଗ।। ୩ ଜଣ ଅଟକ।। ପୋଲିସ ତଦନ୍ତ ଜାରି।

0 521

ରାଉରକେଲା : ୨୨/୯(ସତ୍ୟାନ୍ୟୁଜ) ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ପ୍ଲାଣ୍ଟ ସାଇଟ୍ ଥାନାରେ ଅଭିଯୋଗ ହେବା ପରେ ପୋଲିସ୍ ତତ୍ପର ହୋଇ ଉଠିଛି। ଏହି ଗଣ ଦୁଷ୍କର୍ମ ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ ପିଡ଼ିତାଙ୍କୁ ଡାକ୍ତରୀ ଯାଞ୍ଚ ପାଇଁ ପଠାଇଛନ୍ତି। ଏହି ଘଟଣାରେ ଆଉ କେହି ସଂପୃକ୍ତ ଅଛନ୍ତି କି ନାହିଁ ପୋଲିସ୍ ତାର ତଦନ୍ତ କରୁଛି।
ଗତ କାଲି ସନ୍ଧ୍ୟାରେ ଦୁଇ ଜଣ ନାବାଳିକା ରାଉରକେଲା କୁ ଚପଲ କିଣିବାକୁ ଆସିଥିଲେ। ବସ୍ ଷ୍ଟାଣ୍ଡ ନିକଟରେ ଦୁଇ ଜଣଙ୍କୁ ଏକୁଟିଆ ଦେଖି ୩ ଜଣ ଯୁବକ ଉଭୟଙ୍କୁ ଏକ ଅଟୋ ରେ ବଳପୂର୍ବକ ଏକ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲେ। ସେଠାର ନାବାଳିକାଙ୍କୁ ମାଡ ମାରି , ଧମକାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏପରିକି ଏହି କଥା ପ୍ରଘଟ କଲେ ଜୀବନରେ ମାରିଦେବାକୁ ଧମକ ଦିଆଯାଇଥିବା ପୀଡ଼ିତା କହିଛନ୍ତି। ପୀଡ଼ିତା ନାବାଳିକା ଦ୍ୱୟ ଏ ବାବଦରେ ମାଲ ଗୋଦାମ ଅଞ୍ଚଳରେ ରହୁଥିବା ତାଙ୍କ ସମ୍ପର୍କୀୟଙ୍କୁ ଖବର ଦେବା ପରେ ପ୍ଲାଣ୍ଟ ସାଇଟ୍ ଥାନାରେ ଏତଲା ଦିଆ ଯାଇଥିଲା। ପୋଲିସ ତଦନ୍ତ କରି ତିନି ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛନ୍ତି।

Leave A Reply

Your email address will not be published.