ସୁନ୍ଦରଗଡ଼ : ଦୁର୍ନୀତି ନିବାରଣ ପାଇଁ ସରକାରୀ ଅଧିକାରୀଙ୍କ ଶପଥ ପାଠ।

0 442

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ

ସୁନ୍ଦରଗଡ଼ : ୨୮/୧୦ (ସତ୍ୟାନ୍ୟୁଜ୍): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତ ଅଧିକାରୀ, କର୍ମଚାରୀ ମାନଙ୍କୁ ସାଧୁତା ର ଶପଥ ପାଠ କରାଇଛନ୍ତି। ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ରେ ଆଭାସି ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲା ର ସମସ୍ତ ଅଧିକାରୀ ମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ ।ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ କୋଇଡା ବ୍ଲକ ଠାରେ ଏବଂ ଜିଲ୍ଲା କାର୍ଯ୍ୟାଳୟ ର ଓସ୍ୱାନ ହଲ ଠାରେ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ, ସୁନ୍ଦରଗଡ଼ ଭିଜିଲାନ୍ସ ୟୁନିଟ ର ଡି. ଏସ. ପି .ଶ୍ରୀ ଦୈତାରି ଘଡେ଼ଇ ଏବଂ ଅନ୍ୟାନ୍ୟ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଭିଜିଲାନ୍ସ ବିଭାଗର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀ ଯୋଗ ଦେଇ ଦୁର୍ନୀତି ର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ। ସେହିପରି ସମସ୍ତ ବ୍ଲକ ଏବଂ ଜିଲ୍ଲା ର ସମସ୍ତ କାର୍ଯ୍ୟାଳୟ ମାନଙ୍କରେ ଏହି ଶପଥ ପାଠ କରାଯାଇଥିଲା।

Leave A Reply

Your email address will not be published.