ରାଉରକେଲା : କୁଆଁରମୁଣ୍ଡା ବ୍ଲକ୍ କାର୍ଯ୍ୟଳୟରେ ଜନ ଅଭିଯୋଗ ଶୁଣାଣି।। ୮୫ ମାମଲା ରୁ ୨୧ ଟି ର ତୁରନ୍ତ ସମାଧାନ।

0 320

କୁଆରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା : ୧୬/୧୨/(ସତ୍ୟାନ୍ୟୁଜ) କୁଆରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସର ରେ ସୋମବାର ଦିନ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଓ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ମୋଟ ୮୫ ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୩୪ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୧ ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୨୧ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ  ସାତ ଜଣଙ୍କୁ ଓ ରେଡକ୍ରସରୁ ତିନିଜଣ ଙ୍କୁ ଆର୍ଥିକ ସହାୟତା ପ୍ରଦାନ କରା ଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା, ଆବାସ ନିର୍ମାଣ ଦାବି ଆଦି ପ୍ରମୁଖ ରହିଥିଲା।

ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଡିଏଫଓ ଯଶୋବନ୍ତ ସେଠୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ବିଜୟ ନାୟକ,  କୁଆରମୁଣ୍ଡା ଗୋଷ୍ଠି ଉନ୍ନୟନ ଅଧିକାରୀ ଗଙ୍ଗାରାମ ବଡାଇକ  ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.