ରାଉରକେଲା : ରାଜା ମୁଣ୍ଡା ବାଇପାସ୍ ନିକଟରେ ଟ୍ରକ୍ ଦୁର୍ଘଟଣାରେ ପଥାଚାରୀ ମୃତ।। ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ।

0 501

ରାଉରକେଲା : ୪/୨(ସତ୍ୟାନ୍ୟୁଜ) ସୁନ୍ଦର ଗଡ଼ ଜିଲ୍ଲା ଲହୁଣୀ ପଡା ଥାନା ଅନ୍ତର୍ଗତ ରାଜାମୁଣ୍ଡା ବାଇପାସ୍ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇ ଯାଇଛି। ମୃତକ କପଣ୍ଡ ଗ୍ରାମର ଦୟାନିଧି ମହାନ୍ତ ବୋଲି ଜଣା ପଡ଼ିଛି। ଦୟାନିଧି ରାସ୍ତା ପାର ହେଉଥିବା ସମୟରେ ଏକ ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇ ଯାଇଥିଲା। ଖବର ପାଇବା ପରେ ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ବାରମ୍ବାର ଉକ୍ତ ରାସ୍ତାରେ ଦୁର୍ଘଟଣା ହେଉଥିବାରୁ ସ୍ଥାନୀୟ ଲୋକେ ରାସ୍ତାରେ ଶବ ରଖି ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳ ରେ ରାଜପଥରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଲହୁଣିପଡ଼ା ପୋଲିସ, ସ୍ଥାନୀୟ ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟି ଥିଲା।

Leave A Reply

Your email address will not be published.