ସୁନ୍ଦରଗଡ଼ : ୧୩/୩ (ସତ୍ୟାନ୍ୟୁଜ) ସୁନ୍ଦରଗଡ଼ରେ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ସୁନ୍ଦରଗଡ଼ ସଦର ହସ୍ପିଟାଲ୍ ସ୍ଥାନାନ୍ତର କରାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବସ୍ ଟି ଏକ ବାଇକ୍ ଆରୋହୀ ଙ୍କୁ ବଞ୍ଚାଇବାକୁ ଯାଇ ରାସ୍ତା ରୁ ୧୦ ଫୁଟ ତଳକୁ ଖସି ପଡିଛି। ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଏହି ଘରୋଇ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ମା ସମଲେଇ ନାମକ ଏହି ବସ୍ କିଞ୍ଜିରକେଲା ରୁ ସୁନ୍ଦରଗଡ଼ ଆସୁଥିଲା । ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।