ରାଉରକେଲା:୬/୧୦(ସତ୍ୟାନ୍ୟୁଜ୍) ଆଜି ରାଉରକେଲା ମହାନଗର ନିଗମ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ରାଉରକେଲା ମହାନଗର ନିଗମ କମିଶନର ସୁଶ୍ରୀ ଦୀନା ଦସ୍ତଗୀର୍ ଉପସ୍ଥିତ ରହି ଲୋକମାନଙ୍କ ମୋଟ ୩୬ ଟି ଅଭିଯୋଗର ଶୁଣାଣି କରିଥିଲେ। ସେଥିମଧ୍ୟରୁ ୨୭ ଟି ବ୍ୟକ୍ତିଗତ ଓ ୧୯ ଟି ସାମୁହିକ ଅଭିଯୋଗ ରହିଥିଲା।
ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ସୁରଜ କୁମାର ପଟ୍ଟନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜ କିଶୋର ମିଶ୍ରଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। କେତେକ ସମସ୍ୟାର ତତ୍କାଳ ସମାଧାନ ହୋଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକ ତର୍ଜମା କରାଯାଇ ସମାଧାନ କରାଯିବ ବୋଲି ଜଣା ପଡିଛି।