ରାଉରକେଲା : ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା।। ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା।। ୟେଲୋ ୱାର୍ଣିଂ ଜାରି।

0 107

ରାଉରକେଲା: ୧୮/୮
(ସତ୍ୟାନ୍ୟୁଜ) ରାଉରକେଲା ସମେତ ସୁନ୍ଦରଗଡ଼ ଜିଲ୍ଲାର ଆଜି ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ଘୋଷଣା କରାଯାଇଛି ସୁନ୍ଦରଗଡ଼ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ଘୋଷଣା କରିଛନ୍ତି। ୧୩ ଏବଂ ୧୬ ଅଗଷ୍ଟ ପରେ ଗତକାଲି ଅପରାହ୍ନ ରୁ ରାଉରକେଲା ସମେତ ସମଗ୍ର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣିଂ ଜାରି କରିଛନ୍ତି । ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଏହି ବର୍ଷା ଆଉ ଦୁଇ ଦିନ ଲାଗି ରହିବ ବୋଲି ସୂଚନା ମିଳିଛି। ତେବେ ସୁନ୍ଦରଗଡ଼ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାର ୫ ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରିଛି।

Leave A Reply

Your email address will not be published.