ଝାରସୁଗୁଡ଼ା: ପୋଲିସ୍ ଗାଡ଼ି , ଟ୍ରେଲର ମୁହାଁ ମୁହିଁ ଧକ୍କା।। ୫ ପୋଲିସ୍ କର୍ମଚାରୀ ମୃତ।। ୩ ଗୁରୁତର।

0 155

ଟ୍ରଲର–ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ , ୩ ଗୁରୁତର।

ଝାରସୁଗୁଡ଼ା:୨୨/୨(ସତ୍ୟାନ୍ୟୁଜ) ଏକ ଦୁଃଖଦ ଘଟଣାରେ ଆଜି ଝାରସୁଗୁଡା ସଦର ଥାନା ସମ୍ମୁଖରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ୩ ଜଣ ଗୁରୁତର ଅଛନ୍ତି। ଏକ ଦ୍ରୁତଗାମୀ ଟ୍ରଲର ଓ ପୋଲିସ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ହିଁ ସେମାନଙ୍କ ପ୍ରାଣହାନି ଘଟିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି।

ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଆଜି ଭୋରୁ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରଲର ସହ ପୋଲିସ ବୋଲେରୋର ପ୍ରଚଣ୍ଡ ଧକ୍କା ହୋଇଥିଲା। ଧକ୍କାର ତୀବ୍ରତା ଏପରି ଥିଲା ଯେ ବୋଲେରୋ ଗାଡିଟି ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା।ସ୍ଥାନୀୟ ଲୋକ ଓ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇ ଥିଲା।
ଏହି ଖବର ଜଣା ପଡ଼ିବା ପରେ ପୋଲିସ ବିଭାଗ ଓ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି। ଉଚ୍ଚପଦସ୍ଥ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଟ୍ରଲର ଚାଳକଙ୍କୁ ଅଟକ ରଖାଯାଇଥିବାବେଳେ ଗାଡିଟିକୁ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.