ରାଉରକେଲା : ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି।। ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସ୍କୁଲ ୨୭ ଅପ୍ରେଲ ପର୍ଯ୍ୟନ୍ତ ବନ୍ଦ ରହିବ।। ନିର୍ଦ୍ଦେଶ ଦେଲେଡିଇଓ।

0 7

ରାଉରକେଲା:୨୨/୪(ସତ୍ୟା ନ୍ୟୁଜ) ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲାରେ ଆସନ୍ତାକାଲିଠାରୁ ଏପ୍ରିଲ ୨୭ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ବୁଧବାର ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।
ଡିଇଓ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ପ୍ରଥମର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ଘରୋଇ ସ୍କୁଲ ଏପ୍ରିଲ ୨୭ ପର୍ଯ୍ୟନ୍ତ ଛୁଟି ରହିବ। ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ଡିଇଓ କହିଛନ୍ତି।
ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲ୍ଲା ର ସ୍କୁଲ ଗୁଡ଼ିକ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ପୂର୍ବରୁ ବନ୍ଦ ହୋଇ ଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରେ ଖୋଲା ଥିଲା। ତେବେ ଆସନ୍ତାକାଲି ଠାରୁ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଆସିଛି।

Leave A Reply

Your email address will not be published.