ଭୁବନେଶ୍ୱର ଏଆରପୋର୍ଟ ରେ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ଯୋଜନା ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

0 581

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି।

ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ। ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ। ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

Leave A Reply

Your email address will not be published.