ଜାନୁଆରୀ ୩ ତାରିଖରୁ ରାଜ୍ୟର ୨୭ ହଜାର ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ସରକାରଙ୍କ ନିଷ୍ପତ୍ତି।

0 557

ଓମିକ୍ରନ ଭୟ ମଧ୍ୟରେ ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭ ହଜାର ବିଦ୍ୟାଳୟକୁ ଜାନୁୟାରୀ ୩ ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଯେଉଁ ବିଦ୍ୟାଳୟରେ ୧୦ମ ଶ୍ରେଣୀ ନିମନ୍ତେ ୫ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ସମେଟିଭ୍-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ଜାନୁୟାରୀ ଠାରୁ ଖୋଲାଯିବ।

ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ଘଟିକା ଠାରୁ ୧୨ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ରାସନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ।

Leave A Reply

Your email address will not be published.