ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।। ୧୦ ଦିନ ମଧ୍ୟରେ ମେଡ଼ିକାଲ ରେଡି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦେଶ।

0 349

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ୨ୟ ଲହରୀର ସର୍ବୋଚ୍ଚସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି। ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ।

Leave A Reply

Your email address will not be published.