କୋଭିଡ ତୃତୀୟ ଲହର ମୁକାବିଲା ଲାଗି ଜୋରଦାର ପ୍ରସ୍ତୁତି।। ଜିଲ୍ଲାର ବିଭିନ୍ନ ଘରୋଇ ହସପିଟାଲ ଏବଂ ପ୍ରଶାସନିକ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କଲେ ଚିଫ ସେକ୍ରେଟାରୀ।

0 681

ସମ୍ଭାବ୍ୟ କୋଭିଡ୍ ତୃତୀୟ ଲହରର ମୁକାବିଲା ନିମନ୍ତେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଜିଲ୍ଲା, ପୌରାଞ୍ଚଳଏବଂ ହସ୍ପିଟାଲସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

ଏଥିସହିତ ବିଭିନ୍ନ ଜିଲ୍ଲାପାଳ, ପୌର କମିଶନର, ସରକାରୀ ଏବଂ ଘରୋଇ ହସ୍ପିଟାଲ ସହ ସିଧାସଳଖ ଆଲୋଚନା କରିଛନ୍ତି। ଏକ ସପ୍ତାହ ମଧ୍ୟରେ ସମସ୍ତ ହସପିଟାଲ ରେ ବେଡ୍, ଆଇ.ସି.ୟୁ, ଆମ୍ବୁଲାନ୍ସ୍, ଆଦି ପୂର୍ଣ୍ଣ ପ୍ରସ୍ତୁତ କରିବା ସହ ଆକ୍ରାନ୍ତମାନଙ୍କୁ ତୁରନ୍ତ ଚିକିତ୍ସା ଦେବା ନିମନ୍ତେ ତାଲିମପ୍ରାପ୍ତ ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟ ସହାୟକ ମୁତୟନ କରିବା ପାଇଁ ମୁଖ୍ଯ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ଜିଲ୍ଲା, ପୌରାଞ୍ଚଳ ସମେତ ରାଜ୍ୟ ସ୍ତରରେ ନିର୍ଦ୍ଧାରିତ ପ୍ରୋଟକଲ୍ ଅନୁଯାୟୀ ରାପିଡ୍ ରେସପନସ୍ ଟିମ୍, କଲ୍ ସେଣ୍ଟର, ନିୟନ୍ତ୍ରଣ କକ୍ଷ, ଆମ୍ବୁଲାନ୍ସ୍ ଆଦି ସଠିକ୍ ଭାବେ ନିୟୋଜିତ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲ। ଆଲୋଚନାରେ ସମ୍, କିମସ୍, ହାଇଟେକ୍, ଆଦିତ୍ୟ-ଅଶ୍ୱନୀ ଆଦି ବଡ଼ ବଡ଼ ହସ୍ପିଟାଲ୍ ଚେନ୍-ର ବରିଷ୍ଠ ପ୍ରତିନିଧିମାନେ ଯୋଗଦେଇ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ କେଉଁ କେଉଁ ସ୍ଥାନରେ ସେମାନେ ତୁରନ୍ତ ହସ୍ପିଟାଲ୍ କାର୍ଯ୍ୟକ୍ଷମ କରାଯାଇପାରିବ ତାହା ଜଣାଇଥିଲେ।ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଅନୁଗୁଳ, ତାଳଚେର, ପୁରୀ, ଗଂଜାମ, ସମ୍ବଲପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବାରିପଦା, ବଲାଙ୍ଗିର, କନ୍ଧମାଳ, ରାଉରକେଲା, ଗଜପତି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକରିବ। ଏହା ଛଡ଼ା ସମସ୍ତ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସାର ବ୍ୟବସ୍ଥା ରହିବା ନେଇ ସ୍ଥିର ହୋଇଛି।

Leave A Reply

Your email address will not be published.