ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ୩ ହଜାର ଟଙ୍କା ଗୃହ ମରାମତି ରାଶି ପ୍ରଦାନ।

0 325

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି।

ଏହି ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି। ସୂଚନାଯୋଗ୍ୟ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି। ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି କରାଯାଇଥିଲା।  ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ଆଜି ହିତାଧିକାରୀ ମାନଙ୍କୁ ସହାୟତା ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ। ୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍‌କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ ଆମେ କାମ କରୁଛୁ।

Leave A Reply

Your email address will not be published.