କାଳିଆ ଯୋଜନାରେ 742 କୋଟି ସହାୟତା ରାଶି ପ୍ରଦାନ

0 391

ପଶ୍ଚିମ ଓଡିଶାର ଗଣାପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୧-୨୨ ରବି ଫସଲ ଋତୁ ପାଇଁ #କଳିଆ ଫର ଓଡିଶା ଯୋଜନାର ₹୭୪୨.୫୮ କୋଟି ସହାୟତା ରାଶି ପ୍ରଦାନ କରିଛନ୍ତି। ଏହାଦ୍ୱାରା ରାଜ୍ୟର ୩୭ ଲକ୍ଷରୁ ଊର୍ଦ୍ଧ୍ଵ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ । ଚାଷୀଙ୍କ ସମସ୍ୟାକୁ ରାଜ୍ୟର ସମସ୍ୟା ଭାବେ ବର୍ଣ୍ଣନା କରି ଏମଏସପି, ଫସଲ ବୀମା ଓ ବର୍ତ୍ତମାନର ସାର ସମସ୍ୟା ସମାଧାନ ପାଇଁ ପ୍ରୟାସ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ସ୍ୱଳ୍ପ ବୃଷ୍ଟିପାତ ଉପରେ ସରକାର ନଜର ରଖିଥିବା ବେଳେ କୃଷି ବିଭାଗର ଅଧିକାରୀମାନଙ୍କୁ ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା। ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି।

Leave A Reply

Your email address will not be published.