ବରିଷ୍ଠ ଆଇଏଏସ୍ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ଏମଡି ବିନୋଦ କୁମାରଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ବିନୋଦ କୁମାରଙ୍କ ନାମରେ ବହୁ ଦୁର୍ନୀତି ଅଭିଯୋଗ ରହିଛି ଏବଂ ଦୁଇଟି ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବିନୋଦ କୁମାରଙ୍କୁ ଚାକିରିରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି
।
ବିନୋଦ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ୧୯୯୯ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ଋଣ ମଂଜୁର କରିଥିଲେ । ଯାହାଦ୍ୱାରା ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା । ସେଥିପାଇଁ ଶ୍ରୀ କୁମାରଙ୍କ ବିରୋଧରେ ଓଡିଶା ସରକାର ୨୭ଟି ଭିଜିଲାନ୍ସ ମାମଲା ଦାୟର କରିଥିଲେ । ସେଥିମଧ୍ୟରୁ ଦୁଇଟି ମାମଲାରେ ବିନୋଦ କୁମାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।
