ପଶ୍ଚିମାଝଡ ଯୋଗୁଁ ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମ-ଜଳୀୟ ବାଷ୍ପର ପ୍ରଭାବରେ ଆସନ୍ତା ୩ ଏବଂ ୪ ତାରିଖ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ପଶ୍ଚିମାଝଡ ପ୍ରଭାବରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡଘଡି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ।

ଯାହା ଫଳରେ ଚାଷ ଏବଂ ଉଦ୍ୟାନ କୃଷି ଉପରେ ପ୍ରଭାବ ପଡିବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ କୁହାଯାଇଛି
ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନ ସହ ଉତ୍ତର ଉପକୂଳ ଓଡିଶା, ସୋନପୁର, ବଲାଙ୍ଗୀର, ନୂଆପଡା ଓ ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ ଜିଲ୍ଳା ସହ ବରଗଡ , ଝାରସୁଗୁଡା, ସମ୍ବଲପୁର, ଦେବଗଡ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୪ ତାରିଖରେ ଉତ୍ତର ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେଥିଲାଗି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱର୍ଣିଙ୍ଗ ଜାରି କରାଯାଇଛି। ୫ ତାରିଖ ରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।