ସୁନ୍ଦରଗଡ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ର ମୁକାବିଲା ଲାଗି ସତର୍କ ରହିବାକୁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ।

0 478

ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ରାଉରକେଲା ସମେତ ସମଗ୍ର ସୁନ୍ଦରଗଡ଼ ଜିଲ୍ଲାରେ ଏହି ସମୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥାଏ। ଗ୍ରୀଷ୍ମ ପ୍ରବାହ ର ମୁକାବିଲା ଲାଗି ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ଜିଲ୍ଲାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ସବୁ ବିଭାଗର ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ବିଶେଷକରି ପାନୀୟ ଜଳ ଯୋଗାଣ, ନିରବଛିନ୍ନ ବିଦ୍ୟୁତ ଯୋଗାଣ, ଅଂଶୁଘାତ ଆକ୍ରାନ୍ତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଛନ୍ତି। ଜିଲ୍ଲାର ବିଭିନ୍ନ ସରକାରୀ ଡାକ୍ତରଖାନାରେ ଅଂଶୁଘାତ ଚିକିତ୍ସା ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଧେଶ ଦିଆଯାଇଛି। ଏହା ସହିତ ଜନସାଧାରଣ ଅଂଶୁଘାତ ପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.