ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ବଣାଇ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ।

0 317

ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବଣାଇଁଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସୋମବାର ଦିନ ବଣାଇଁ ବ୍ଲକ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା, ଅଭିଯୋଗ ଆଦି ଶୁଣାଣି କରିଥିଲେ।


ଜନଶୁଣାଣିରେ ଜନସାଧାରଣଙ୍କ ପକ୍ଷରୁ ମୋଟ ୨୫ଟି ଅଭିଯୋଗ ଆସିଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ସିଡିଏମଓ ଡାକ୍ତର ସରୋଜ କୁମାର ମିଶ୍ର, ବଣାଇଁ ଉପ-ଜିଲ୍ଲାପାଳ ସୁରଞ୍ଜନ ସାହୁ, ବଣାଇଁ ପିଏ ଆଇଟିଡିଏ ଲଲାଟ କୁମାର ଲୁହା, ବିଡିଓ ସ୍ୱଦୀପ କୁମାର ଟପ୍ପୋ ଉପସ୍ଥିତ ଥିଲେ।

Leave A Reply

Your email address will not be published.