ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ କୋଭିଡ ସ୍ଥିତିର ସମୀକ୍ଷା।। ଟୀକାକରଣ , ସଚେତନତା ଏବଂ ସଠିକ ସୂଚନା ଉପରେ ଗୁରୁତ୍ୱ।

0 420

ରାଜ୍ୟ ମୁଖ୍ଯ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି। ୧୮ରୁ ୫୯ ବର୍ଷ ବୟସ୍କଙ୍କ ପାଇଁ ମାଗଣା ବୁଷ୍ଟର ଡୋଜ୍ ଆରମ୍ଭ କରାଯିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି। ଟିକାକରଣ, ସଚେତନତା ଏବଂ ସଠିକ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।
ଦୈନିକ କୋଭିଡ଼୍ ପରୀକ୍ଷା ସଂଖ୍ୟା ବଢ଼ାଇବା କଲ୍ ସେଣ୍ଟରକୁ ଚବିଶଘଣ୍ଟିଆ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ମୁଖ୍ଯ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀଙ୍କର ଟିକାକରଣ ପାଇଁ ବ୍ୟାପକ ଅଭିଯାନ ଆରମ୍ଭ କରାଯିବ।
ବୈଠକର ନିଷ୍ପତ୍ତି ଅନୁସାରେ ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କରାଯିବ। ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯିବ।

Leave A Reply

Your email address will not be published.