ଏଲ ପି ଜି ଗ୍ୟାସ ବୋଝେଇ ଟ୍ରକ ରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତି ଲେ ଡ୍ରାଇଭର ।

0 477

ଏଲ ପି ଜି ସିଲିଣ୍ଡର ବୋଝେଇ ଟ୍ରକରେ ନିଆଁ ଲାଗି ଇଞ୍ଜିନ ଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୁନ୍ଦରଗଡ଼ ସଦର ଥାନା ସମ୍ବଲପୁର ରାଉରକେଲା ବିଜୁ ଏକ୍ସପ୍ରେସୱଏ ର ରସରାଜପୁର ନିକଟରେ ଏଲ ପି ଜି ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ରେ ଆଜି ସକାଳେ ନିଆଁ ଲାଗି ଯାଇଥିଲା । । ଝାରସୁଗୁଡା ରୁ ରାଉରକେଲା କୁ ଯାଉଥିବା ଏଲପିଜି ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ରେ ସଟ ସର୍କିଟ ଯୋଗୁଁ ଅଚାନକ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି ।

ନିଆଁ ଲାଗିଥିବା ଡ୍ରାଇଭର ଜାଣି ପାରି ଟ୍ରକଟିକୁ ସେଠାରେ ଅଟକାଇବା ସହ ଅଗ୍ନିଶମ ବିଭାଗ କୁ ସୂଚନା ଦେଇଥିଲେ । ବଡ଼ଗାଁ ଅଗ୍ନିଶମ ବିଭାଗ ସେଠାରେ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଟ୍ରକ ର ଇଞ୍ଜିନ ସମ୍ପୂର୍ଣ୍ଣ ଭାବରେ ଜଳିଯାଇଥିଲା । ତେବେ ଟ୍ରକ ର ଡାଲା ପଟେ ନିଆଁ ଲାଗିନଥିବା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା । ସଠିକ ସମୟରେ ଖବର ପାଇ ବଡ଼ଗାଁ ଓ ସୁନ୍ଦରଗଡ଼ ଦମକଳ ବାହିନୀ ଘଟଣା ସ୍ଥଳ ରେ ପହଁଚି ନିଆଁ କୁ ଆୟତ୍ତ କରିଥିଲେ ।

Leave A Reply

Your email address will not be published.