ରାଜ୍ୟ କ୍ରୀଡା ମନ୍ତ୍ରୀଙ୍କ ରାଉରକେଲା ରେ ନିର୍ମାଣଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିଅମ ପରିଦର୍ଶନ।।

0 312

ରାଉରକେଲାଠାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ସମୀକ୍ଷା କରିଛନ୍ତି ଇଲେକ୍ଟ୍ରୋନିକ୍ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା ତଥା କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ବିଭାଗ ରାଷ୍ଟମନ୍ତ୍ରୀ ତୁଷାରକାନ୍ତି ବେହେରା। ଏହାସହ ସେ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ କାର୍ଯ୍ୟ ବୁଲି ଦେଖିଛନ୍ତି।

ପରିଦର୍ଶନ ବେଳେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, କ୍ରୀଡ଼ା ଓ ଯୁବସେବା ସଚିବ ଆର୍‍ ଭିନିଲ କ୍ରିଷ୍ଣା, ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ, ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏଡିଏମ ଡାକ୍ତର ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ।

ଏହି ଅବସରରେ କ୍ରୀଡା ମନ୍ତ୍ରୀ ଓ ସଚିବ ମୁଖ୍ୟ ଷ୍ଟାଡିୟମ ସହିତ ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରୀ, ଖେଳାଳି ଓ ଅଫିସିଆଲଙ୍କ ପାଇଁ ନିର୍ମାଣ କରାଯାଉଥିବା ରହଣୀସ୍ଥଳ ଆଦି ବୁଲି ଦେଖିଥିଲେ। ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଖୁବଶୀଘ୍ର ଶେଷ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି।

Leave A Reply

Your email address will not be published.