ସୁନ୍ଦରଗଡରେ ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ।। ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହ ଜାତୀୟ ପତାକା ଉତ୍ତୋଳନ।

0 246

ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ‘ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ’ ଚାଲିଛି। ଏହି କ୍ରମରେ ସୁନ୍ଦରଗଡ଼ସ୍ଥିତ ଭବାନୀପୁରଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଜାତୀୟ ପତାକା ଉତ୍ତୋଳନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିଧାୟକା କୁସୁମ ଟେଟେ, ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଏସପି ସାଗରିକା ନାଥ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଉପ ଜିଲ୍ଲାପାଳ ଅଭିମନ୍ୟୁ ବେହେରାଙ୍କ ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.