ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ କୁତ୍ରା ଠାରେ ଯୁଗ୍ମ ଜନଶୁଣାଣୀ କାର୍ଯ୍ୟକ୍ରମ।। ୫୭ ଟି ଅଭିଯୋଗରୁ ୮ ଟି ର ତୁରନ୍ତ ସମାଧାନ।

0 284

ସୁନ୍ଦରଗଡ଼, ୧୬ ଅଗଷ୍ଟ ୨୦୨୨: ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ କୁତ୍ରାଠାରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ସୁନ୍ଦରଗଡ଼ ଏସପି ସାଗରିକା ନାଥ ଉପସ୍ଥିତ ରହି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ।

ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ମୋଟ ୫୭ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ଜନଶୁଣାଣି କାର୍ଯ୍ୟକ୍ରମରେ ହିଁ ୮ଟି ଅଭିଯୋଗର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ବିଚାରକରି ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

କୁତ୍ରା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ଭତ୍ତା, ରାସ୍ତାଘାଟ, ଡ୍ରେନ୍, ପାନୀୟ ଜଳ ଯୋଗାଣ, ଜମିଜମା, ନିଯୁକ୍ତି, ଅଙ୍ଗନବାଡ଼ି ଓ ସ୍କୁଲ ଏବଂ ବିଦ୍ୟୁତ ଆଦି ସମସ୍ୟା ଜନ ଶୁଣାଣିରେ ଉପସ୍ଥାପନ କରିଥିଲେ।

ସେହିପରି ପେଣ୍ଡା ତିର୍କୀ ନାମକ ଜଣେ ବ୍ୟକ୍ତିଙ୍କୁ ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଶାସନ ଜରିଆରେ ଆବେଦନ କରିଥିଲେ। ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆସିଥିବା ସହାୟତା ରାଶି ତାଙ୍କୁ ପ୍ରଦାନ କରାଯାଇଥିଲା। ଏହି ଅବସରରେ ବୁଢ଼ାକଟାଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଜମିପଟ୍ଟା ମଧ୍ୟ ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ରାଜଗାଙ୍ଗପୁର ବିଧାୟକ ଡକ୍ଟର ସି ଏସ ରାଜେନ ଏକ୍କା, ସୁନ୍ଦରଗଡ଼ ଏସପି ସାଗରିକା ନାଥ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା, ଡେପୁଟି କଲେକ୍ଟର (ଜରୁରିକାଳୀନ) କୁନ୍ତୀରାଣୀ ନାଏକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ, ଜିଲ୍ଲା ଶିକ୍ଷାଧିକାରୀ ଅମୂଲ୍ୟ କୁମାର ପଧାନ, କୁତ୍ରା ବିଡିଓ ରବୀନ୍ଦ୍ର କୁମାର ସେଠୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.