ଆଜି ଜନ୍ମାଷ୍ଟମୀ। ରାଉରକେଲା ରେ ବିଭିନ୍ନ ମନ୍ଦିର ସହ ଘରେ ଘରେ ଚାଲିଛି ଶ୍ରୀକୃଷ୍ଣ ଙ୍କ ଜନ୍ମୋତ୍ସବ ଲାଗି ପୂଜାର୍ଚ୍ଚନା। ଯଦିଓ ମଧ୍ୟରାତ୍ରରେ ଜନ୍ମୋତ୍ସବ ପାଳନ କରାଯିବ ତଥାପି ସକାଳୁ ସହରର ବିଭିନ୍ନ ମନ୍ଦିର ସହ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରୁଛନ୍ତି।
ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ଦ୍ୱାପରଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ। ଏହାଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତା–ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ଏ ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଅଛି ସ୍ୱତନ୍ତ୍ର ନୀତିକାନ୍ତି।