ଆଉ ଏକ ଲଘୁଚାପ : ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ ବର୍ଷା।। ପଶ୍ଚିମ ଓଡ଼ିଶାରେ ୨୦ ଏବଂ ୨୧ ତାରିଖ ବର୍ଷା ହେବ।

0 408

ଲଘୁଚାପ ପ୍ରଭାବରେ ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ଉପକୂଳ ଓଡ଼ିଶାରେ ଆଜି ସଂଧ୍ୟାରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ଏବଂ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ୨୦ ଏବଂ ୨୧ ତାରିଖରେ ରେ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର

ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା ହେବ। ଆଜି ବେଶି ବର୍ଷା ହେବ ନାହିଁ। ହେଲେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବ। ସବୁ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଓ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଓଡିଶା ଏବଂ ଛତିଶଗଡ଼ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏବେ ନଦୀରେ ଜଳ ଥିବାରୁ ଲଘୁଚାପଜନିତ ବର୍ଷା ପରିସ୍ଥିତିକୁ ଜଟିଳ କରିପାରେ। ଏଥିଲାଗି ସମସ୍ତେ ସତର୍କ ରହିବାକୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.