ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ବୁଲି ଦେଖିଥିଲେ।
ବନ୍ୟାଞ୍ଚଳ ପରିଦର୍ଶନ କରିବା ପରେ ଆଗାମୀ ୧୫ ଦିନ ଲାଗି ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହାସହ ବନ୍ୟା ଜନିତ କ୍ଷୟକ୍ଷତି ର ରିପୋର୍ଟ ବନ୍ୟାଜଳ ଛାଡିବାର ସାତ ଦିନ ମଧ୍ୟରେ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। କ୍ଷୟକ୍ଷତି ର ଆକଳନ କରି ୧୫ ଦିନ ମଧ୍ୟରେ ଲୋକଙ୍କୁ ସାହାଯ୍ୟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।