ଅଟୋ କୁ ଧକ୍କା ଦେଲା ଟ୍ରକ।। ୫ ଜଣ ମୃତ।। ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଙ୍କ ଶୋକ ପ୍ରକାଶ।। ଢେଙ୍କାନାଳ କାମାକ୍ଷାନଗର ରେ ଦୁର୍ଘଟଣା।

0 374

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟରେ ଆଜି ଭୋରୁ ଏକ ସଡକ ଦୁର୍ଘଟଣାରେ ଗୋଟିଏ ଗ୍ରାମର ୫ ଜଣଙ୍କ ମୃତ୍ୟୁ ହୋଇଯାଇଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ଅଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ରବିବାର ଭୋରୁ ବାଙ୍ଗୁର ଗ୍ରାମର ୫ ଜଣ ଏକ ଯାତ୍ରୀବାହୀ ଅଟୋରେ ଯାଉଥିବା ବେଳେ ଏକ କୋଇଲା ବୋଝେଇ ଟ୍ରକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ସମସ୍ତଙ୍କ ମୃତ୍ୟୁ ହୋଇଯାଇଥିଲା । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।
“ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।” , କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ସନ୍ତପ୍ତ ପରିବାରବର୍ଗ ଙ୍କୁ ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.