ରାଉରକେଲା ରେ ପୁରୁଷ ହକି ବିଶ୍ୱ କପ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କଲେ ଜିଲ୍ଲାପାଳ।। ହେବାକୁ ଥିବା କାର୍ଯ୍ୟକ୍ରମରେ ଲୋକଙ୍କୁ ଯୋଡିବା ଲାଗି ପରାମର୍ଶ।
୨୦୨୩ ପୁରୁଷ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି। ନିର୍ଦ୍ଧାରିତ ସମୟ ପୂର୍ବରୁ ନିର୍ମାଣାଧୀନ ପ୍ରକଳ୍ପ କାମ ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଯୋଗଦେଇ ହକି ବିଶ୍ୱକପର ସଫଳ ଆୟୋଜନ ଉପରେ ଗୁରୁତ୍ୱ ଦେଇଥିଲେ। ହକି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ବେଳେ ସ୍ଥାନୀୟ ଜନସାଧାରଣଙ୍କୁ ଯୋଡ଼ିବା ଲାଗି ଜିଲ୍ଲାପାଳ ବୈଠକରେ ପରାମର୍ଶ ଦେଇଥିଲେ।
ବୈଠକରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଡେପୁଟି କମିଶନର ସୁଧାଂଶୁ କୁମାର ଭୋଇ, ସୀତାଦେବୀ ମାଝି, ତହସିଲଦାର ଚନ୍ଦ୍ରକାନ୍ତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।