ଗଜପତି ରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ।

0 300

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଜପତି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ବ ବହନ କରେ ବୋଲି କହିଥିଲେ।

ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ। ସେ ଥିଲେ ବିକାଶ ଓ ସ୍ବାଭିମାନର ପ୍ରତୀକ। କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଐତିହାସିକ ଡଃ ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ମହେନ୍ଦଗିରି ତୀର୍ଥର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Leave A Reply

Your email address will not be published.