ରାଉରକେଲା: ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ।। ସବୁ ସମୟରେ ବୟସ୍କ ବ୍ୟକ୍ତିଙ୍କ ଯତ୍ନ ନେବାକୁ ଅତିଥି ମାନଙ୍କ ପରାମର୍ଶ।

0 248

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଉପଲକ୍ଷେ ରାଉରକେଲା ସନ୍ଥ ନିରଙ୍କାରୀ ଭବନ ଠାରେ ଏକ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଠାରେ ବରିଷ୍ଠ ନାଗରିକମାନଙ୍କର ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ଔଷଧ ପ୍ରଦାନ କରାଯାଇଛି।
ଏହି ସ୍ୱାସ୍ଥ୍ୟ ପରୀକ୍ଷା ଶିବିରରେ ଅସ୍ଥିଶଲ୍ୟ, ହୃଦରୋଗ, ଚକ୍ଷୁ ଆଦି ବିଭାଗର ବିଶେଷଜ୍ଞମାନେ ଉପସ୍ଥିତ ରହି ବରିଷ୍ଠ ନାଗରିକମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳନ ଅବସରରେ ବରିଷ୍ଠ ନାଗରିକ ମାନଙ୍କୁ ସମ୍ମାନିତ କରାଯାଇଥିଲା। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର , ମହାନଗର ନିଗମର ଡେପୁଟି କମିଶନର ସୁଧାଂଶୁ ଭୋଇ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇ ଥିଲେ। ବୟସ୍କ ବ୍ୟକ୍ତିଙ୍କ ସବୁ ସମୟରେ ଯତ୍ନ ନେବାକୁ ଅତିଥି ମାନେ ମତବ୍ୟକ୍ତ କରିଥିଲେ।

Leave A Reply

Your email address will not be published.