ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଦମନ କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।। ମ୍ୟାଲେରିଆ ନିରାକରଣ ଉପରେ ନିର୍ମିତ ଫିଲ୍ମ ଦମନ।

0 324

ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି ।
ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।
ସ୍ୱାସ୍ଥ୍ୟ ବିଭାଗ ସମେତ ସମସ୍ତ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା
ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି।
ଦମନ ଚଳଚ୍ଚିତ୍ରକୁ କରମୁକ୍ତ କରା ଯାଇଥିବାରୁ ରାଉରକେଲା ସିନେ କାର୍ଣ୍ଣିଭାଲ ର ମାଲିକ ଅମିତାଭ ସାମଲ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି।

Leave A Reply

Your email address will not be published.